ସାଢେ ୧୧ଟାରେ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କରୋନା ଭାଇରସର ମାମଲା ଧିରେଧିରେ ହ୍ରାସ ପାଉଛି । ୨୦୦୦ ତଳେ ଦୈନିକ ସଂକ୍ରମଣ ରହୁଛି । ଏସବୁ ମଧ୍ୟରେ ଶୁକ୍ରବାର କରୋନା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ୧୧.୩୦ରେ କରୋନା ସ୍ଥିତିର ସମୀକ୍ଷା କରିବେ । ଏହାସହ ବରିଷ୍ଠ ଅଧିକାରୀଙ୍କ ସହ ମଧ୍ୟ ଆଲୋଚନା କରିବେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ  ସମେତ  ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ସହ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି । ସମ୍ଭାବ୍ୟ ତୃତୀୟ ଲହର ଓ କୋଭିଡ ସ୍ଥିତି, ଟିକାକରଣକୁ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିପାରନ୍ତି ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୩୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୯୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *