ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା, (ଓଡିଶା ଟାଇମ୍): ଆଜି ରାଉରକେଲା ଗସ୍ତରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଉରକେଲାରେ ପହଞ୍ଚି ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲା ପାଇଁ ଏହି ସ୍ୱାସ୍ଥ୍ୟ ସେବାର ଶୁଭାରମ୍ଭ କରି ସେ କହିଛନ୍ତି ପ୍ରତ୍ୟେକ ପରିବାର ଓ ପ୍ରତ୍ୟେକ ଜୀବନ ମୋ ପାଇଁ ମୂଲ୍ୟବାନ। ରାଜ୍ୟବାସୀଙ୍କ ବିକାଶକୁ ମୋ ସରକାର ସବୁବେଳେ ପ୍ରାର୍ଥମିକତା ଦେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସୁନ୍ଦରଗଡ଼ ଜିଲା ପାଇଁ ମୂଲ୍ୟବାନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬୦୦ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ।  ୫ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ, ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଆକାଶ ଦାସ ନାୟକ ଓ ଶ୍ରୀମୟୀ ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

Leave a Reply

Your email address will not be published. Required fields are marked *