୨୪ ଘଣ୍ଟାରେ ବାହାରିଲେ ୧ ଲକ୍ଷ ୨୭ ହଜାରରୁ ଅଧିକ ପଜିଟିଭ୍, ୨୭୯୫ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୨୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୯୫ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୨୭ ହଜାର ୫୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୭୯୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୧ଲକ୍ଷ ୭୫ ହଜାର ୦୪୪ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୩୧ ହଜାର ୮୯୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୫୯ ଲକ୍ଷ ୪୭ ହଜାର ୬୨୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୮୯୫୫୨୦ ।

Leave a Reply

Your email address will not be published. Required fields are marked *