୨୪ ଘଣ୍ଟାରେ ଦେଶରେ ବାହାରିଲେ ୭୦ ହଜାରରୁ ଅଧିକ ପଜିଟିଭ୍, ୩୯୨୧ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୯୨୧ଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୦୪୨୧ ଆକ୍ରାନ୍ତ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୯୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୯୨୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୫ଲକ୍ଷ ୧୦ ହଜାର ୪୧୦ରେ ପହଞ୍ଚିଛି।

Leave a Reply

Your email address will not be published.