ଦେଶରେ ନୂଆ ପଜିଟିଭ ୩୨,୦୮୦ ; ମୃତ ୪୦୨

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଉଭୟ ହ୍ରାସ ଓ ବୃଦ୍ଧି ପାଉଥିବବା ଦେଖାଯାଉଛି। ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଦେଶରେ ୨୪ ଘଣ୍ଟାରେ ୩୨,୦୮୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୪୦୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୧ ହଜାର ୩୬୦ରେ ପହଞ୍ଚିଛି।

ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୩୫ ହଜାର ୮୫୦କୁ ବୃଦ୍ଧି ପାଇଛି। ୩ଲକ୍ଷ ୭୮ ହଜାର ୯୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୯୨ ଲକ୍ଷ ୧୫ ହଜାର ୫୮୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave a Reply

Your email address will not be published.