ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଓଡିଶାରେ ୧୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତଙ୍କ ମଧ୍ୟରୁ ଗଞ୍ଜାମରୁ ୩ଜଣ, କଟକ ଓ ରାୟଗଡ଼ାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀରରୁ ଜଣେ, ଗଜପତି ଜଣେ , ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୯୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୫୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୧୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.