ଆଜି ପୁଣି ରାଜ୍ୟରେ ୯ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଖୋର୍ଦ୍ଧା, କଟକ, ଗଜପତି, ବାଲେଶ୍ବର, ବଲାଙ୍ଗୀରରୁ ଜଣେ ଲେଖାଏଁ ରହିଛନ୍ତି । 

ଅନ୍ୟପଟେ , ୨୪ ଘଣ୍ଟା ମଧ୍ୟରେ ୨୭୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୨୩୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୦୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୪୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । 

 

 

Leave a Reply