ରାଜ୍ୟରେ ଆଜି ଆଉ ୯ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି 

୯ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ , ରାୟଗଡ଼ା ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । 

ଅନ୍ୟପଟେ, ରାଜ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ୩୨୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୬୬୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୬୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୦୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply