ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :  ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । 

୧୧ ମୃତକଙ୍କ ମଧ୍ୟରୁ  ଖୋର୍ଦ୍ଧା, କଟକ, ପୁରୀରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କୋରାପୁଟ, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। 

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୯୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୯୧୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୧୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୭୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । 

Leave a Reply