ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୦୫

ଭୁବନେଶ୍ବର, (ଓଡିଶା ଟାଇମ୍) :   ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ପୁରୀରୁ ୩ ଜଣ, ମୟୂରଭଞ୍ଜରୁ ୨ ଜଣ । କଟକ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। 

୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । 

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୯୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୧୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୫୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୩୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । 

Leave a Reply

Your email address will not be published.