ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୩୭

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । 

୧୧ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ଜଣ ରହିଥିବା ବେଳେ କନ୍ଧମାଳ, ନୟାଗଡ଼ , ମୟୁରଭଞ୍ଜ ଜିଲ୍ଲାରୁ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । 

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୪୧୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୫୦୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୭୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୨୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.