ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୬୭ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଅନୁଗୋଳ, ବଲାଙ୍ଗୀର, କଟକ, କନ୍ଧମାଳ, କେନ୍ଦ୍ରାପଡା ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୪୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୧୦୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୬୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply