ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୪୫୨କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୪୫୨କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୫,୬୫୭ଟି ଆରଟିପିସିଆର ଏବଂ ୩୫, ୬୯୪ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୧୦୧ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏଥିମଧ୍ୟରୁ କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୪୫୨୦ କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ପୂର୍ବ ଦିନ ଗତ ୨୪ଘଣ୍ଟାରେ ରାଜ୍ୟରେ ୪୭,୬୩୪ କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଥିଲା। ଏଥିମଧ୍ୟରୁ ୬,୬୪୮ଟି ଆରଟିପିସିଆର ଏବଂ ୪୦,୯୪୫ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୪୧ଟି କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

Leave a Reply

Your email address will not be published.