୭୬ ସଂକ୍ରମିତଙ୍କ ତଥ୍ୟ ଦେଲେ ସରକାର, ଟପ ଲିଷ୍ଟରେ ରହିଛି ଏହି ଜିଲ୍ଲା

ଭୁବନେଶ୍ୱର,(ଓଡଶା ଟାଇମ୍): ଆଜି ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୯୩ ଛୁଇଁଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ୭୬ ସଂକ୍ରମିତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସମସ୍ତ ୭୬ ଆକ୍ରାନ୍ତ ୧୦ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୪ଜଣ କ୍ୱାରେଣ୍ଟିନ ସେଣ୍ଟରର ଓ ୨ଜଣ ସ୍ଥାନୀୟ ଅଞ୍ଚଳର । ୭୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବଲାଙ୍ଗୀରରୁ ୧୬, ଖୋର୍ଦ୍ଧାରୁ ୧୩, ନୂଆପଡ଼ାରୁ ୧୩, କଟକରୁ ୧୧, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୬, ବାଲେଶ୍ୱର, ନୟାଗଡ଼ ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ , ମୟୁରଭଞ୍ଜରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୬ ଆକ୍ରାନ୍ତଙ୍କ ମଧ୍ୟରେ ସମସ୍ତେ କ୍ୱାରେଣ୍ଟାଇନ ସେଣ୍ଟରରେ ଥିଲେ । ସେମାନଙ୍କ ମଧ୍ୟରୁ ୮ ଜଣ ମହାରାଷ୍ଟ୍ରରୁ, ୫ ଜଣ କଲିକତାରୁ, ଜଣେ ଲେଖାଏଁ ଗୁଜୁରାଟ, ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ ସୁରଟରୁ ଫେରିଥିବା ବେଳେ ୩ ଜଣ ମହାରାଷ୍ଟ୍ରରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସେହିପରି ନୂଆପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩ ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ଗୁଜୁରାଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ ଗୁଜୁରାଟରୁ, ଦୁଇ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ୬ ଜଣ ସୁରଟରୁ ଫେରିଥିବା ବେଳେ ଦୁଇ ଜଣ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ମହାରାଷ୍ଟ୍ରରୁ ଏବଂ ଦୁଇ ଜଣ ପଶ୍ଚିମବଙ୍ଗରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । । ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୬ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ ମହାରାଷ୍ଟ୍ରରୁ, ୫ ଜଣ ପଶ୍ଚିମବଙ୍ଗରୁ, ଜଣେ ଆନ୍ଧ୍ରପ୍ରଦେଶ, ଜଣେ ଗୁଜୁରାଟରୁ ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ । ମୟୁରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତଙ୍କ ମଧ୍ୟରୁ ଜଣେ ତାମିଲନାଡୁରୁ ଏବଂ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ । ଉଭୟ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଝାଡଖଣ୍ଡରୁ ଏବଂ ଅନ୍ୟ ଜଣେ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

Leave a Reply

Your email address will not be published.