ପୁରୀ ବଳିଆପଣ୍ଡାରେ ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ୍’ ଆରମ୍ଭ

ପୁରୀ, ଓଡିଶା ଟାଇମ୍): ପୁରୀ ବଳିଆପଣ୍ଡାରେ ଆରମ୍ଭ ହେଲା ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ (Drink From Tap Mission) । ୧୦୫୦୦ ମାନର ପାନୀୟଜଳ ପୁରୀକୁ ପାନୀୟ ଜଳ ଯୋଗାଣ ହେବ । ଏହା ହେଉଛି ଦେଶରେ ପ୍ରଥମ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଣ । ମାଟିତୋଟା ପରେ ବଳିଆପଣ୍ଡାରେ ଏହା ଦ୍ଵିତୀୟ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଭିଡ଼ିଓ କନଫରେନ୍ସିଂ ଯୋଗେ ଏହାର ଶୁଭାରମ୍ଭ କରାଯାଇଛି । ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ ଦାସବର୍ମା, ପଞ୍ଚାୟତିରାଜ ଓ ଜଳଯୋଗାଣ ମନ୍ତ୍ରୀ ପ୍ରତାପ ଜେନା, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ବିଧାୟକ ଜୟନ୍ତ ଷଡଙ୍ଗୀ, ଜିଲ୍ଲାପାଳ ସମର୍ଥ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published.