ବିଜେପିରେ ଯୋଗଦେଲେ ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଜେପିରେ ଯୋଗଦେଲେ ଜୀବନ ପ୍ରଦୀପ ଦାସ । କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଉପସ୍ଥିତିରେ ଜୀବନ ପ୍ରଦୀପ ଦାସ ବିଜେଡିରେ ଯୋଗଦେଇଛନ୍ତି । ବାଲେଶ୍ବର ସହରର ଆତିଥ୍ୟ ଭବନରେ ଅନୁଷ୍ଠିତ ଏକ ମିଶ୍ରଣ ଉତ୍ସବରେ ସେ ବିଜେପିରେ ମିଳିଛନ୍ତି ।

ନଭେମ୍ବର ୬ ତାରିଖରେ ଜୀବନ ପ୍ରଦୀପ ଦାସ ବିଜେଡିରୁ ଇସ୍ତଫା ଦେଇଥିଲେ । ଉପନିର୍ବାଚନ ସମୟରେ ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ତାଙ୍କୁ ନଭେମ୍ବର ୫ ତାରିଖରେ ଦଳରୁ ନିଲମ୍ବିତ କରିଥିଲେ ।

ଜୀବନ ପ୍ରଦୀପ ଦାସ ବାଲେଶ୍ବର ସଦର ଆସନରୁ ୨୦୦୯ ଓ ୨୦୧୪ ମସିହାରେ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ୨୦୧୯ରେ ବିଜେଡି ଟିକେଟରେ ପ୍ରାର୍ଥୀ ହୋଇଥିଲେ ମଧ୍ୟ ବିଜୟୀ ହୋଇପାରି ନ ଥିଲେ । ବାଲେଶ୍ବର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ମୃତ୍ୟୁ ଯୋଗୁଁ ଉପନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଜୀବନ ପ୍ରଦୀପ ଲବି କରି ଶେଷ ମୁହୂର୍ତ୍ତରେ ବିଫଳ ହୋଇଥିଲେ । ତାଙ୍କୁ ଦଳ ପ୍ରାର୍ଥୀ କରି ନ ଥିବାରୁ ସେ ଦଳ ବିରୋଧୀ ଆଭିମୁଖ୍ୟ ଆପଣାଇ ବିଜେପି ପ୍ରାର୍ଥୀଙ୍କୁ ସହଯୋଗ କରିଥିବା ଅଭିଯୋଗ ହୋଇଥିଲା । ଯାହାକୁ ନେଇ ବିଜେଡି ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଥିଲା ।

Leave a Reply

Your email address will not be published.