ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ଦେହାନ୍ତ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ । ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ଅସୁସ୍ଥତା କାରଣରୁ ତାଙ୍କୁ ମୁମ୍ବାଇ ସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା ।
କିଛିଦିନ ଧରି ଲିଭର କ୍ୟାନସରରେ ପୀଡିତ ହୋଇ ମୁମ୍ବାଇ ରେ ଚିକିତ୍ସାଧୀନ ଥିଲେ ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକ । ପ୍ରିୟବ୍ରତ ପଟ୍ଟନାୟଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କର ସମ୍ପର୍କୀୟ ଭାଇ ସିଦ୍ଧାର୍ଥ ମହାନ୍ତି ସୂଚନା ଦେଇଛନ୍ତି ।
୧୯୭୬ବ୍ୟାଚ୍ର ଆଇଏସ୍ ଅଫିସର ତାଙ୍କର କ୍ୟାରିୟର ଭିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦକ୍ଷତାର ସହିତ ସମ୍ଭାଳିଥିଲେ । ଓଡ଼ିଶା ଜୁଡୋ ଆଶୋସେସନର ସେ ସଭାପତି ମଧ୍ୟ ରହିଥିଲେ । ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ ପରେ ତାଙ୍କ ମରଶରୀରରକୁ ମୁମ୍ବଇରୁ ଓଡ଼ିଶା ଆଣିବାକୁ ପ୍ରୟାସ ଜାରି ରହିଛି ।