ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ସର୍ବାଧିକ ୮୩,୮୮୩ ଆକ୍ରାନ୍ତ ଓ ୧୦୪୩ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୩୮ ଲକ୍ଷ ୫୩ ହଜାର ୪୦୭ରୁ ଅଧିକ ଟପିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୭,୩୭୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୮୩,୮୮୩ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୦୪୩ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୮,୧୫,୫୩୮ ରହିଛି।

ଏହା ବ୍ୟତୀତ ୨୯ ଲକ୍ଷ ୭୦ ହଜାର ୪୯୩ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ବର୍ତ୍ତମାନ ଭାରତ ବିଶ୍ଵରେ ୩ୟ ସଂକ୍ରମିତ ରାଷ୍ଟ୍ର ଭାବେ ରହିଛି। ପ୍ରଥମ ସ୍ଥାନରେ ଆମେରିକା (୬,୧୧୩,୫୧୦) ରହିଥିବା ବେଳେ (୩,୯୯୭,୮୬୫) ୨ୟ ସ୍ଥାନରେ ରହିଛି ବ୍ରାଜିଲ୍ ।

ସେହିପରି ବିଶ୍ୱରେ ଏବେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨,୬୦,୩୧,୪୧୦ରେ ରହିଛି। ଜନ ହପକିନ୍ସ ଯୁନିଭର୍ସିଟିର ପ୍ରକାଶିତ ରିପୋର୍ଟ ଅନୁଯାୟୀ ପ୍ରାୟ ୧୮୮ରୁ ଅଧିକ ଦେଶକୁ କରୋନା ଭାଇରସ୍ ବ୍ୟାପିଥିବା ବେଳେ ଏହାର ସଂକ୍ରମଣରେ ଏଯାବତ୍ ପ୍ରାୟ ୮ ଲକ୍ଷ ୬୩ ହଜାର ୦୨୮ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି ।

Leave a Reply