ଭକ୍ତଙ୍କ ପାଇଁ ଖୋଲିଲା ଲିଙ୍ଗରାଜ ମନ୍ଦିର

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠାରୁ ସାଧାରଣ ଭକ୍ତଙ୍କ ପାଇଁ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ଖୋଲିଛି । ସବୁ ବୟସର ଶ୍ରଦ୍ଧାଳୁଙ୍କୁ ମନ୍ଦିରରେ ପ୍ରବେଶ ଲାଗି ଭୁବନେଶ୍ୱର ମହାନଗର ନିଗମ ଅନୁମତି ପ୍ରଦାନ କରିଛି । ତେବେ ମନ୍ଦିରକୁ ପ୍ରବେଶ ପୂର୍ବରୁ କୋଭିଡ୍ ନେଗେଟିଭ୍ ପ୍ରମାଣପତ୍ର ବାଧ୍ୟତାମୂଳକ କରାଯାଇଛି  । ରିପୋର୍ଟ ନେଗେଟିଭ୍ ଥିଲେ ମନ୍ଦିରରେ ପ୍ରବେଶ ପାଇଁ ଅନୁମତି ଦିଆଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି ।

କୌଣସି ଶ୍ରଦ୍ଧାଳୁ ଯଦି ରିପୋର୍ଟ ଆଣିନଥିବେ, ତାଙ୍କ ପାଇଁ ବିଏମସି ପକ୍ଷରୁ ମାଗଣାରେ କୋଭିଡ୍ ପରୀକ୍ଷା କରାଯିବାର ବ୍ୟବସ୍ଥା ହୋଇଥିବା ବିଏମସି ଜୋନାଲ୍ ଡେପୁଟି କମିଶନର ଅଂଶୁମାନ ରଥ କହିଛନ୍ତି  । ପୂର୍ବରୁ ମନ୍ଦିର ଖୋଲିଥିଲେ ବି ୧୦ ବର୍ଷରୁ କମ୍ ଓ ୬୫ ବର୍ଷରୁ ଅଧିକ ବୟସର ଶ୍ରଦ୍ଧାଳୁଙ୍କୁ ମନ୍ଦିରରେ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା।

Leave a Reply

Your email address will not be published.