ରାଜ୍ୟରେ ଆଜି ଆଉ ୭ ପ୍ରାଣ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ମଙ୍ଗଳବାର କରୋନା ଆକ୍ରାନ୍ତରେ ପୁଣି ୭ ଜଣଙ୍କ ମୃତ୍ୟୁ ହୋଇଛି। ୭ଜଣଙ୍କ ମଧ୍ୟରୁ ଭୁବନେଶ୍ବରର ଜଣେ ୫ ବର୍ଷୀୟ ଶିଶୁପୁତ୍ରର ମୃତ୍ୟୁ ଘଟିଛି । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ରାୟଗଡାରୁ ୨, କଟକରୁ ଜଣେ ଓ ଭୁବନେଶ୍ୱରରୁ ଜଣଙ୍କର ମୃତ୍ୟୁ ଘଟିଛି । ଭୁବନେଶ୍ୱରରେ ୫ ବର୍ଷର ବାଳକର କରୋନା ଜନିତ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୧୨୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୧୦୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.