ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ରବିବାର ରାଜ୍ୟରେ ୧୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ତେବେ ସୋମବାର ସରକାରଙ୍କ ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୪୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply