ଆଜି ବାହାରିବ +୨ ବାଣିଜ୍ୟ ଫଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ପ୍ରକାଶ ପାଇବ +2 ବାଣିଜ୍ୟ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ ।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ  ସୂଚନା ମୁତାବକ, ଆଜି ଦିନ ୧୧ ଟା ୩୦ରେ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ଫଳ ଘୋଷଣା କରାଯିବ । ଚଳିତ ବର୍ଷ ପ୍ରାୟ ୨୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ-୨ ବାଣିଜ୍ୟ ପରୀକ୍ଷା ଦେଇଛନ୍ତି । ଫଳ ପ୍ରକାଶ ପରେ ଛାତ୍ରଛାତ୍ରୀମାନେ orissaresults.nic.in, www.chseodisha.nic.in,   examresults.net ୱେବସାଇଟ୍ ରେ ଫଳ ଦେଖିପାରିବେ ।

ମାର୍ଚ୍ଚ ୩ରୁ ୧୧୪୩ କେନ୍ଦ୍ରରେ ଆରମ୍ଭ ହୋଇଥିଲା ପରୀକ୍ଷା । କରୋନା କଟକଣାରେ ଜୁନ ୧ରୁ ଖାତାଦେଖା ଆରମ୍ଭ ହୋଇଥିଲା । ଅଗଷ୍ଟ ୩୧ ସୁଦ୍ଧା +2 କଳା ଓ ଧନ୍ଦାମୂଳକ ଶିକ୍ଷା ଫଳ ପ୍ରକାଶ ପାଇବ । ସେହିପରି ଆସନ୍ତା ୩୧ ତାରିଖ ପୂର୍ବରୁ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ଫଳ ବାହାରିବ ।

Leave a Reply