ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳରୁ ବହିଷ୍କାର କରାଯାଇଛି । ଏକ ପ୍ରେସ ବାର୍ତ୍ତା ଯୋଗେ ଦଳ ତରଫରୁ ଏହି ସୂଚନା ଦିଆଯାଇଛି ।

ପ୍ରଦୀପ ପାଣିଗ୍ରାହୀ ହେଉଛନ୍ତି ଗୋପାଳପୁରର ବିଧାୟକ । ଦଳ ପକ୍ଷରୁ ଆଜି ଏକ ପ୍ରେସ ବିଜ୍ଞପ୍ତିରେ ପ୍ରଦୀପଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିବା ସୂଚନା ଦିଆଯାଇଛି ।

ବିଭିନ୍ନ ଲୋକ ବିରୋଧୀ କାର୍ଯ୍ୟକଳାପ ପାଇଁ ଦଳ ଏହି ନିଷ୍ପତ୍ତି ନେଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

Leave a Reply

Your email address will not be published.