ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ପୁରୀ, (ଓଡିଶା ଟାଇମ୍) : ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ।ହୃଦଘାତରେ ପୁରୀ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି।କରୋନାରେ ପୀଡିତ ହୋଇ ଆଇସୋଲେସନ୍‌ରେ ଥିଲେ। ଛାତିରେ ଯନ୍ତ୍ରଣା ହେବାରୁ ପୁରୀ ସଦର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ।

ପୂର୍ବତନ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଥିଲେ ପ୍ରେମାନନ୍ଦ।ଆଜି ଭୋର ୪ଟାରେ ତାଙ୍କର ଛାତି ଯନ୍ତ୍ରଣା ହୋଇଥିଲା। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ସୁଦୁ ସୁଆର ନିଯୋଗର ସମ୍ପାଦକ ଥିଲେ ପ୍ରେମାନନ୍ଦ।

Leave a Reply

Your email address will not be published.