ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ବିଭିନ୍ନ ବିବାଦୀୟ କଥାକୁ କେନ୍ଦ୍ର କରି ମନଟା ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ । ଯାତ୍ରାରେ ଅଭିଳଷିତ ଫଳ ପାଇବେ । କର୍ମକ୍ଷେତ୍ରରେ ଅଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଈର୍ଷାପରାୟଣ ବ୍ୟକ୍ତିମାନେ ପରୋକ୍ଷରେ ଆକ୍ଷେପ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ

ଆଜି ଘରର କେତେକ ଅକୁହାକଥା ବିଷୟରେ ଚିନ୍ତା କରି ମାନସିକ ସ୍ଥିତି ଭଲ ରହିବ ନାହିଁ । ଆର୍ଥିକ ସ୍ଥିତି କେତେକାଂଶ ରେ ବଦଳିବା କାରଣରୁ ଅସ୍ୱସ୍ତି ଲାଭ କରିବେ । ସଭାସମିତି ଓ ସାହିତ୍ୟ, ସାମ୍ବାଦିକତା ରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମିଥୁନ

ଆର୍ଥିକ ଅନଟନ ଆଜିର ମୁଖ୍ୟ ସମସ୍ୟା ହେବା କାରଣରୁ ଚିନ୍ତିତ ହୋଇପାରନ୍ତି । କିନ୍ତୁ ପୁର୍ନବସୁ ନକ୍ଷତ୍ର କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଏକପ୍ରକାର ଭଲ ରହିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସଦିଚ୍ଛା ଭାବ ରହିବ

କର୍କଟ

କାର୍ଯ୍ୟବ୍ୟସ୍ତତା ସ୍ୱାସ୍ଥ୍ୟହାନିର କାରଣ ହୋଇପାରେ । ବ୍ୟବସାୟ, ପରିବହନ ଭଲରେ ଚାଲିବ କିନ୍ତୁ ଜମା ଫୁର୍‌ସତ୍ ପାଇବେ ନାହିଁ । ଘରଲୋକଙ୍କୁ ଅବିଶ୍ୱାସ କରିବା ସାଙ୍ଗକୁ ପରକଥାକୁ ବିଶ୍ୱାସ କଲେ ହଇରାଣରେ ପଡିବେ । ଅବଶ୍ୟ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ସିଂହ

ଆଜି ଆକସ୍ମିକ ଭାବରେ କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡିପାରେ । ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା

ଅର୍ଥାଭାବ କାରଣରୁ ଅଟକି ରହିଥିବା କାମ ଆଜି ସୁବିଧାରେ ହୋଇଯିବ । ସୁଯୋଗର ସଦ୍‌-ବ୍ୟବହାର କରିବା କାଠି କର ପାଠ ହେବ । ପରିବାର ସମସ୍ୟା ସମାଧାନ କ୍ଷେତ୍ରରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା

ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଟେନ୍‌ସନ ଲାଗି ରହିବ । ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ । ଦୀର୍ଘ ଦିନରୁ ସମ୍ପର୍କରେ ଭଟ୍ଟା ପଡିଥିବା ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା

ସାଧାରଣ କଥାରେ ରାଗିବା ନିଜ ପାଇଁ ଆନିଷ୍ଟକର ହେବ । ମାଙ୍ଗଳିକ କାମରେ ବନ୍ଧୁ ସାହାର୍ଯ୍ୟ କଲେ ମଧ୍ୟ ପରକ୍ଷଣରେ ନିନ୍ଦିତ ହୋଇପାରନ୍ତି । ସଂଗଠନ, ରାଜନୀତି, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତି । ବଢିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ

ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମକୁ ଅଣହେଳା କରିପାରିବେ ନାହିଁ । ଇଚ୍ଛା ନ ଥିଲେ ସୁଦ୍ଧା ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାଙ୍କ ସାଙ୍ଗରେ ଯିବାକୁ ବାଧ୍ୟ ହେବେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ଆଶା ରହିଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମକର

ଧୀରେ ଧୀରେ ଅବସ୍ଥା ବଦଳୁଥିବାରୁ ମାନସିକ ସ୍ଥିରତା କେତେକାଂଶରେ ଅକ୍ଷୁର୍ଣ୍ଣ ରହିବ । କୌଣସି ବ୍ୟକ୍ତି ନିକଟରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ପାଇବେ । ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍ ରୋଗରେ କଷ୍ଟ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କୁମ୍ଭ

ପାରସ୍ପରିକ ସହମତି ମଧ୍ୟରେ ପରିବାରରେ ସୁଖ ଶାନ୍ତି ଫେରି ଆସିବ । ଭଲ ସମ୍ପର୍କ ରଖୁ ନ ଥିବା ବ୍ୟକ୍ତିମାନଙ୍କ ନିକଟରୁ ଆଜି ଯଥା ସମ୍ଭବ ଦୂରେଇ ରହିବା ଭଲ । ଅଯଥା ବିରକ୍ତି ପ୍ରକାଶ ନ କରି ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରନ୍ତୁ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ମୀନ

ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ବାଧ୍ୟ ହୋଇପାରନ୍ତି । କର୍ମକ୍ଷେତ୍ରର କୌଣସି ନିକଟତମ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ । ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ଗୁରୁ ଙ୍କ ସ୍ୱରାଶି ରେ ଗମନ
ଦେବଗୁରୁ ବୃହଷ୍ପତି
ନିଜସ୍ୱ ରାଶି କୁ ଗମନ
୧୨ ଟି ରାଶି ଙ୍କ ଉପରେ କରିବେ ଧନବର୍ଷା

Leave a Reply

Your email address will not be published.