ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

କର୍ମକ୍ଷେତ୍ରରେ ଚେଷ୍ଟା କରୁଥିବା କାମ ଉପରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ନିଜର କେତେକ ଅଜ୍ଞାତସାରରେ କୃତକର୍ମ ସକାଶେ ଅନୁତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ

ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କୌନସି କାମ ଅଟକିବ ନାହିଁ । ବହୁ ଦିନ ଧରି ଯାହା ଖୋଜୁଥିଲେ ଆଜି ତାହା ପାଇଯିବେ । ଉପକୃତ ହୋଇଥିବା ନିଜର ଲୋକମାନଙ୍କ ଶତ୍ରୁତା ଯୋଗୁ ସାମାନ୍ୟ ବିଚଳିତ ବୋଧ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଅଳସୁଆ ଲାଗିପାରେ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମିଥୁନ

କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ଦିଗରେ ବନ୍ଧୁ ସାହାର୍ଯ୍ୟ କରିବେ । ଦୀର୍ଘ ଦିନରୁ ଦେଖି ନ ଥିବା ସାଙ୍ଗଟି ନିଜ ତରଫରୁ ସହ-ଯୋଗର ହାତ ବଢାଇବ । ବ୍ୟବସାୟରେ ଉନ୍ନତି କରିବା ସହ ଲାଭ କିଛି କମ୍ ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ

ଯେତେ ବନେଇ ଚୁନେଇ କହିଲେ ମଧ୍ୟ ଆପଣଙ୍କ ଉଦ୍ଦେଶ୍ୟକୁ ଠିକ୍ ଭାବେ ଅନ୍ୟମାନେ ବୁଝିପାରିବେ ନାହିଁ । ଯାନବାହନ କିଣିବାକୁ ମନ ବଳାଇପାରନ୍ତି । ପିଲାମାନଙ୍କ କୌଣସି ବ୍ୟତିକ୍ରମକୁ ସଜାଡିବା ପାଇଁ ସ୍ତ୍ରୀଙ୍କ ସହ ଆଲୋଚନା କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ସିଂହ

ଯୋଗ, ବ୍ୟାୟାମ ଓ ସଚେତନତା ହେତୁ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟ ଘଟିବା କାରଣରୁ ମନ ଭାରାକ୍ରାନ୍ତ ରହିପାରେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ବେଖାତିର ମନୋଭାବ ଓ କଟୁକ୍ତି ମନରେ ଦୁଃଖ ଦେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା

ଆଜି ଯେମିତି ଚାହିଁବେ ସେମିତି ପାଇବେ । ମନ ବୁଝିଲା ଭଳି କଥା କହି କର୍ମଚାରୀଟିର ଭୁଲ୍ ବୁଝାମଣାକୁ ସୁଧାରିନେବାରେ ସମର୍ଥ ହେବେ । ପାରିବାରିକ ସ୍ତରରେ କେତେକ ସମସ୍ୟା ଓ ପ୍ରତିବନ୍ଧକ ଦେଖା ଦେଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ତୁଳା

ସମସ୍ତ ସୁବିଧା ଥାଇ ମଧ୍ୟ ଆଶା କରୁଥିବା କାମ ନ ହେବା କାରଣରୁ ମନରେ ସରସତା ରହିବ ନାହିଁ । ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବେ ଯାହାକି ଆପଣଙ୍କୁ ଧର୍ମ ସଙ୍କଟରେ ପକାଇବ । ପିଲାଙ୍କ ବିଳମ୍ବ ବିବାହକୁ ନେଇ ଚିନ୍ତା ବଢିଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା

ମନ କଥା ମନରେ ରଖି ଯନ୍ତ୍ରବତ୍ କାମ କରିବାକୁ ବାଧ୍ୟ ହେବେ । ବାଣିଜ୍ୟ ଓ ବ୍ୟବସାୟ ପାଇଁ ଦିନଟି ଭଲ, କିନ୍ତୁ ବେଶି ହଇରାଣ ହେବାକୁ ପଡିବ । ଆଜି ଆପଣ ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟି କୋଣରୁ ବିଚାର କରିପାରନ୍ତି । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୯ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ-ସତର୍କତାର ଦିନ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ଧନୁ

ପରିବାରରେ ଛୋଟ କଥାକୁ ନେଇ ମତପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଦୋଷାରୋପ କରି ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି । ସାମାଜିକ କ୍ଷେତ୍ରରେ ପଡୋଶୀମାନେ ଭୂରି ଭୂରି ପ୍ରଶଂସା କରିବେ ଅବଶ୍ୟ ନିଜ ନିଜର ସ୍ୱାର୍ଥ ସାଧନର ଆଶା ନେଇ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମକର

ବୁଝାମଣା ମାଧ୍ୟମରେ ସମସ୍ୟାର ସରଳ ସମାଧାନ ପାଇଁ ଚେଷ୍ଟା କଲେ ଉପକୃତ ହେବେ । ଅଫିସରେ କଥା କଟାକଟି ହେତୁ ସୁସମ୍ପର୍କ ବ୍ୟାହତ ହୋଇପାରେ । କର୍ମକ୍ଷେତ୍ରର ଅଶାନ୍ତ ମନ ଆଜି ଘରୋଇ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

କୁମ୍ଭ

ଯାହା ଠାରୁ ଋଣ ଆଣିଥିବା ସେ ହଠାତ୍ କଟୂକ୍ତି ପ୍ରକାଶ କରିପାରନ୍ତି । ସମସ୍ୟା ଆସିଲେ ମଧ୍ୟ ଆପଣ ଦୃଢ ମନୋବଳ ୍େ‌ାଗୁ ବହୁ ବିପଦରୁ ରକ୍ଷା ପାଇବେ । ନିଜ ଲୋକମାନେ ମିଥ୍ୟା ଅଭିଯୋଗ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ

ଆଲୋଚନା ପରିସରରେ ବନ୍ଧୁଙ୍କ ସାହାର୍ଯ୍ୟ ସହ-ଯୋଗର ପ୍ରତିଶ୍ରୁତିରୁ କେତେକାଂଶରେ ଆଶ୍ୱସ୍ତି ଲଭିବେ । ଅଫିସରେ ସାଧାରଣ କଥାକୁ ନେଇ ବାକ୍ ବିତଣ୍ଡା ସୃଷ୍ଟି ହୋଇପାରେ । କଳା ସାହିତ୍ୟ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାଗୁଡିକର ସମାଧାନ ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଉତ୍ତମ ଫଳ ପାଇବେ ।

 

Leave a Reply

Your email address will not be published.