ଆଜି ଜାନୁଆରୀ ୨୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ଘରର କଥା ହେଉ କିମ୍ବା ଅଫିସିଆଲି କାମରେ, ଅଟକି ରହିଥିବା କାମ ସମ୍ପନ୍ନ କରିବେ । ପଡୋଶୀ,ସହକର୍ମୀ, ଭାଇଭଉଣୀ ସହ ଯୁକ୍ତିତର୍କ ଲାଗିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ 

ସକାଳୁ କିଛି ଅର୍ଥ କିମ୍ବା ଖୁସି ଖବର ପାଇବେ । ଆପଣ ଅନାବଶ୍ୟକ ଭାବରେ କାହାକୁ କିଛି ଉପଦେଶ ଦେଲେ ସେହି ବ୍ୟକ୍ତି ତାହାକୁ ଭୁଲ୍ ବୁଝିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ

ଆଜି ଦିନଟିରେ ଯାହା କରିବା ପାଇଁ ମନଓୀ କରିଛନ୍ତି, ତାହା ସକାଳୁ ଆରମ୍ଭ କରିଦେବା ଭଲ । ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଧୈର୍ଯ୍ୟହରା ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ

ପ୍ରତ୍ୟେକ କ୍ଷେତ୍ରରେ ଅବହେଳା ଓ ନିଜର କାଳକ୍ଷେପଣ ନୀତି କିମ୍ବା ଅଳସୁଆମି ହେତୁ କାମ ଗୁଡିକ ଧିମେଇ ଯିବ । ବନ୍ଧୁ ବାନ୍ଧବ ସୁବିଧାବାଦୀ ଗୁଣରେ ଶୋଷଣ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ସିଂହ

କୌଣସି ନୂଆ କାମ ହାତକୁ ନେବେ । ନିରପେକ୍ଷତା ଅବଲମ୍ବନ ନ କଲେ ଘରେ ହେଉ କିମ୍ବା କର୍ମକ୍ଷେତ୍ରରେ ସମାଲୋଚିତ ହେବାକୁ ପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କନ୍ୟା

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ମୁକାବିଲା ସହ ପରିସ୍ଥିତିକୁ ସାମନା କରିବାକୁ ପଡିବ । ଜେତେକ କାମ ଅଟକି ରହିଥିବା କାରଣରୁ ଟେନସନ୍ କିଛି ମାତ୍ରାରେ ଲାଗିରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖୀ ହେବେ ।

ତୁଳା

ନିକଟ ସମ୍ପର୍କୀୟ ଆଗରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ କଥା କହିବେ । ଯେତେ ତୁନିତାନି କରି ରହିଲେ ମଧ୍ୟ ପରିବାର ଭିତରେ ପ୍ରଶଂସା ସୂଚକ ପଦୁଟିଏ କଥା ଶୁଣିବାକୁ ମିଳିବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା

ଦିନଟିରେ ଅଧିକାଂଶ ସମୟ ବନ୍ଧୁଙ୍କ ସହ ବିଭିନ୍ନ ଆଲୋଚନାରେ କଟିବ । ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅପମାନଜନକ ସ୍ଥିତିରୁ ଖସି ଯାଇପାରନ୍ତି । ଶୁଭ ଅଙ୍କ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ

ନୂତନ ଯୋଜନା ଆରମ୍ଭ କରି ଖୁସି ରହିବେ ଏବଂ ସମ୍ପର୍କୀୟଙ୍କ ସାହାର୍ଯ୍ୟ ଅବଶ୍ୟ ମିଳିବ । ମଙ୍ଗଳୋତ୍ସବ କାର୍ଯ୍ୟ ସମ୍ପନ୍ନ ପାଇଁ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ମକର

ଆଶା ଓ ବିଶ୍ୱାସ ରଖି ମାଡିଚାଲିଲେ ଅବଶ୍ୟ ଆଶା ପୂରଣ ହୋଇଯିବ । କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ

ସାଧାରଣ କଥାକୁ ବଡ ଆକାରରେ ଚିନ୍ତା କରି ବେଶି ବ୍ୟସ୍ତ ହୋଇପାରନ୍ତି । ଫେରିବା ରାସ୍ତାରେ ଜଣେ ଅପରିଚିତଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ

ଯେତେ ଚେଷ୍ଟା କଲେ ମଧ୍ୟ ଅନ୍ୟମାନଙ୍କୁ ସହଜରେ ସନ୍ତୁଷ୍ଟ କରିପାରିବେ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

 

Leave a Reply

Your email address will not be published.