ହାଇକୋର୍ଟରେ ଘରୋଇ ସ୍କୁଲ ଫି’ ବୃଦ୍ଧି ମାମଲା: ବୈଠକ ପାଇଁ ଗଣଶିକ୍ଷା ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର, (ଓଡିଶା ଟାଇମ୍): ହାଇକୋର୍ଟରେ ବେସରକାରୀ ସ୍କୁଲ ଫି ବୃଦ୍ଧି ମାମଲା ରୁଜୁ ହୋଇଥିଲା । ଏହି ମାମଲାର ଆପୋସ ସମାଧାନ ପାଇଁ ହାଇକୋର୍ଟ ପରାମର୍ଶ ଦେଇଛନ୍ତି । ଏହାସହ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ମିଳିତ ବୈଠକ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । 

ଏହି ଘଟଣାରେ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଅଭିଭାବକ, ଶିକ୍ଷକ ଓ ବେସରକାରୀ ସ୍କୁଲ ପ୍ରତିନିଧିଙ୍କୁ ନେଇ ବୈଠକ କରି ଆପୋସ ସମାଧାନ କରିବାକୁ ହାଇକୋର୍ଟ କହିଛନ୍ତି। ଏଥି ସହିତ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ମିଳିତ ବୈଠକ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ

। ଅଭିଭାବକ, ଶିକ୍ଷକ ଓ ବେସରକାରୀ ସ୍କୁଲ ପ୍ରତିନିଧିଙ୍କୁ ନେଇ ଗଣଶିକ୍ଷା ସଚିବ ବୈଠକ କରିବେ । ବୈଠକ ହେବା ପରେ ଯାହା ବି ନିଷ୍ପତ୍ତି ନିଆଯିବ ତାହା  ହାଇକୋର୍ଟଙ୍କୁ ଅବଗତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ହାଇକୋର୍ଟରେ ଆସନ୍ତା ସପ୍ତାହରେ ଏହି ମାମଲାର ପରବର୍ତ୍ତୀ ଶୁଣାଣୀ ହେବ ବୋଲି ସୂଚନା ମିଳିଛି । ସୂଚନାଯୋଗ୍ୟ ବେସରକାରୀ ସ୍କୁଲ ଫି ବୃଦ୍ଧି ପ୍ରସଙ୍ଗରେ ଅଭିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରାଯାଇଥିଲା।

Leave a Reply

Your email address will not be published.