ରାଜ୍ୟରେ ରାତି ୯ରୁ ସକାଳ ୫ ଯାଏଁ ରାତ୍ରୀକାଳିନ କର୍ଫ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ରାତ୍ରୀକାଳିନ କର୍ଫ୍ୟୁର ସମୟସୀମାକୁ ରାତି ୯ରୁ ସକାଳ ୫ଟା ଯାଏଁ କରାଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ।
ମୁଖ୍ୟ ଶାସନ ସଚିବ କହିଥିଲେ ଯେ, ଜୁଲାଇ ପହିଲାରୁ ରାତି ୯ଟାରୁ ସକାଳ ୫ଟା ଯାଏଁ ରାତ୍ରୀକାଳିନ କର୍ଫ୍ୟୁ ବଳବତ୍ତର ରହିବ । ଏହି ସମୟ ମଧ୍ୟରେ ସମସ୍ତ ଚଳପ୍ରଚଳ ବନ୍ଦ ରହିବ । କେବଳ ଜରୁରୀକାଳୀନ ସେବାକୁ ଏଥିରୁ ବାଦ୍ ଦିଆଯାଇଛି ।
ଦେଶରେ ହୁ ହୁ ହୋଇ ବଢୁଥିବା କରୋନା ସଂକ୍ରମଣ ମଧ୍ୟରେ କେନ୍ଦ୍ର ସରକାର ଅନଲକ୍ ୨ ଘୋଷଣା କରିଥିଲେ। ଜୁଲାଇ ୩୧ ପର୍ଯ୍ୟନ୍ତ ଦେଶରେ ଅନଲକ୍-୨ ଜାରି ରହିବ। ଏହାକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଗାଇଡ୍ ଲାଇନ୍ ଜାରି କରିଛନ୍ତି। କଣ୍ଟେନମେଣ୍ଟ ଜୋନ୍ରେ କଟକଣା ପୂର୍ବବତ୍ତ ଜାରି ରହିବ। ଏହି ସମୟରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହିବ ବୋଲି କେନ୍ଦ୍ର ସରକାର କହିଛନ୍ତି। କର୍ଫ୍ୟୁ ସମୟରେ ଜରୁରୀକାଳୀନ ସେବା ସମ୍ବନ୍ଧିତ ଲୋକ, ଜରୁରୀକାଳୀନ ସେବା ଜାରି ରହିବ।