ରିୟା ଚକ୍ରବର୍ତ୍ତୀଙ୍କ ବିରୋଧରେ ଏଫଆଇଆର୍ ଦାଏର ପରେ କ’ଣ କହିଲେ ଅଙ୍କିତା

ମୁମ୍ବାଇ, (ଓଡିଶା ଟାଇମ୍‌): ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲା ନୂଆ ମୋଡ ନେଇଛି । ମୃତ୍ୟୁର ଗୋଟିଏ ମାସ ପରେ ତାଙ୍କ ପିତା ସୁଶାନ୍ତଙ୍କ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ।

ସୁଶାନ୍ତଙ୍କୁ ଆତ୍ମହତ୍ୟା ପାଇଁ ରିୟା ଉସୁକାଇ ଥିବା ନେଇ ଅଭିଯୋଗ କରିଛନ୍ତି ପିତା କେେ କେ ସିଂହ । ଏପରିକି ବିହାର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

ଏଭଳି ସମୟରେ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ତଥା ସୁଶାନ୍ତଙ୍କ ପୂର୍ବତନ ଗାର୍ଲଫ୍ରେଣ୍ଡ ସୋସିଆଲ୍ ମିଡିଆ ଜରିଆରେ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ ନିଜର ଇନଷ୍ଟାଗ୍ରାମରେ ସତ୍ୟର ଜୟ ହେବ ବୋଲି ଏକ ପୋଷ୍ଟ କରିଛନ୍ତି । ଯଦିଓ ସେ ନିଜ ପୋଷ୍ଟରେ ସୁଶାନ୍ତଙ୍କୁ ନେଇ କିଛି ଲେଖି ନାହାଁନ୍ତି, ତଥାପି ୟୁଜର୍ସ ଏହି ପୋଷ୍ଟକୁ ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲା ସହ ଯୋଡୁଥିବା ନଜର ଆସୁଛି ।

ଏହି ମାମଲାରେ ପୂର୍ବରୁ ମୁମ୍ବାଇ ପୋଲିସ ସଞ୍ଜୟ ଲୀଲା ଭଂସାଲିଙ୍କ ସମେତ ଏଯାଏଁ ୩୦ରୁ ଅଧିକ ଲୋକଙ୍କୁ ଜେରା କରିସାରିଛି ।

ଗତ ଜୁନ୍ ୧୪ ତାରିଖରେ ବଲିଉଡର ଏହି ଅଭିନେତା ଜଣକ ମାତ୍ର ୩୪ ବର୍ଷ ବୟସରେ ଆତ୍ମହତ୍ୟା କରିଥିଲେ । ଯାହାକୁ ଆଜି ଯାଏଁ ତାଙ୍କ ଫ୍ୟାନମାନେ ବିଶ୍ୱାସ କରିପାରୁ ନାହାଁନ୍ତି । ସେ ଡିପ୍ରେସନ ଯୋଗୁଁ ଏପରି ପଦକ୍ଷେପ ନେଇଥିବା କୁହାଯାଉଥିବା ବେଳେ ଏହି ମାମଲାରେ ପୋଲିସ ଏଯାଏଁ ବହୁ ଲୋକଙ୍କ ବୟାନ ରେକର୍ଡ କରାଯାଇଛି ।

ସୁଶାନ୍ତ କାଇ ପେ ଛେ, ସୁଦ୍ଧ ଦେଶୀ ରୋମାନ୍ସ, ଡିଟେକ୍ଟିଭ ବ୍ୟୋମକେଶ ବକ୍ସ, ଏମ.ଏସ.ଧୋନୀ, କେଦାରନାଥ ଓ ଛିଛୋରେ ଭଳି ଫିଲ୍ମରେ ଦର୍ଶକଙ୍କୁ ନିଜ ଅଭିନୟର ଯାଦୁ ଦେଖାଇଥିଲେ ।

Leave a Reply

Your email address will not be published.