ଶ୍ରୀନଗରରେ ସୁରକ୍ଷାବଳଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ : ଜଣେ ଯବାନ ଆହତ

ଶ୍ରୀନଗର, (ଓଡିଶା ଟାଇମ୍) : ଶ୍ରୀନଗରରେ ଆତଙ୍କବାଦୀମାନେ ସୁରକ୍ଷାବଳଙ୍କ ଉପରେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଜଣେ ସୁରକ୍ଷାକର୍ମୀ ଆହତ ହୋଇଥିବା ସୂଚନା ମିଳିଛି । ​‌ତେବେ ସୁରକ୍ଷାବଳ ପକ୍ଷରୁ ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜୋରଦାର କରାଯାଇଛି ।

ଶ୍ରୀନଗରର ସଜଗୀରପୋରା ଅଞ୍ଚଳରେ ଆତଙ୍କବାଦୀମାନେ ପୋଲିସ ଏବଂ ସିଆରପିଏଫ୍ ଟିମ ଉପରକୁ ପ୍ରଥମେ ଗୁଳିମାଡ କରିଥିଲେ । ତେବେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ପାଲଟା ଆକ୍ରମଣ କରାଯାଇଥିଲା । ତେବେ ଉଭୟ ପକ୍ଷ ମଧ୍ୟରେ ପ୍ରବଳ ଗୁଳିମାଡରେ ଜଣେ ଯବାନ ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସଂପୃକ୍ତ ଅଞ୍ଚଳରେ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ସୁରକ୍ଷାବଳ ।

Leave a Reply

Your email address will not be published.