କରୋନା ନେଲା ଆଉ ୫ ମୁଣ୍ଡ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫ଜଣଙ୍କର ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧କୁ ବୃଦ୍ଧି ପାଇଛି । ମୃତ୍ୟୁ ହୋଇଥିବା ୫ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୩, ଜଗତସିଂହପୁର ଓ ସୁନ୍ଦରଗଡ଼ରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି ।

ସେହିପରି ସୁନ୍ଦରଗଡ଼ରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଥିବା ବେଳେ ଜଗତସିଂହପୁରରେ ଏହା ପ୍ରଥମ କରୋନା ଜନିତ ମୃତ୍ୟୁ ବୋଲି ଜଣାପଡ଼ିଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published.