ଆସନ୍ତାକାଲି ଖୋଲିବ ସ୍କୁଲ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତାକାଲିଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିବାକୁ ଯାଉଛି। କୋଭିଡ ଗାଇଡଲାଇନ୍ ଅନୁସାରେ ସ୍କୁଲ ଖୋଲିବେ ସମ୍ପୃକ୍ତ ସ୍କୁଲ କର୍ତ୍ତୃପକ୍ଷ। ଛାତ୍ରଛାତ୍ରୀ, ଅଭିଭାବକ ସମସ୍ତେ ଏସଓପି ମାନିବା ବାଧ୍ୟତାମୂଳକ କରାଯାଇଛି। ତେବେ ସ୍କୁଲ ଖୋଲିବା ପୂର୍ବରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। କ୍ଲାସରୁମ୍, ଲାଇବ୍ରେରୀ ଆଦିକୁ ସାନିଟାଇଜ କରାଯାଉଛି।

ସେପଟେ ସ୍କୁଲ କଲେଜ ଖୋଲିବା ପ୍ରସଙ୍ଗରେ ରାଜଧାନୀର ବିଭିନ୍ନ ସ୍କୁଲ କଲେଜ କର୍ତ୍ତୃପକ୍ଷଙ୍କ ସହିତ ବିଏମସି ଆଲୋଚନା ମଧ୍ୟ କରୁଛି।  ସରକାର ଜାରି କରିଥିବା ଗାଇଡ୍ ଲାଇନକୁ ସଂପୂର୍ଣ୍ଣ ଭାବେ ପାଳନ କରିବା ପାଇଁ ନିଷ୍ପତ୍ତି ହୋଇଛି। ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି, ଯେଉଁ ପିଲାମାନେ ସ୍କୁଲ କଲେଜ ଆସିବେ, ଏସଓପି ଅନୁସାରେ ସେମାନଙ୍କ ଅଭିଭାବକଙ୍କଠାରୁ ଲିଖିତ ଅନୁମତି ଜରୁରୀ ଅଟେ।

Leave a Reply

Your email address will not be published.