ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ବର, (ଓଡିଶା ଟାଇମ୍): ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ । ପ୍ରସନ୍ନଙ୍କ ୫ଟି ଘରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ଏହି ଚଢାଉରେ ୫ଟି ଭିଜିଲାନ୍ସ ଟିମ୍ ନିୟୋଜିତ ଅଛନ୍ତି ।

ତେବେ କଳ୍ପନା ଛକରେ ଥିବା ସରକାରୀ କ୍ବାର୍ଟର, ଡୁମୁଡୁମା ସ୍ଥିତ ସ୍ପାର୍କ ଫର୍ଣ୍ଣିଚର, ଲିଙ୍ଗିପୁର ସନ୍ଥବିହାର ସ୍ଥିତ ଫର୍ଣ୍ଣିଚର ୱାର୍କସପ୍, ପାତ୍ରପଡା ସ୍ଥିତ ସାଉଥସିଟି ବାର୍, ଖୋର୍ଦ୍ଧା ନୂଆପଡା ସ୍ଥିତ ପୈତୃକ ଦୁଇ ମହଲା ବାସଭବନରେ ଚଢାଉ ଜାରି ରହିଛି । ଚଢାଉରେ ୫ଟି ଟିମ୍‌ର ୨ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

Leave a Reply

Your email address will not be published.