ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ବଙ୍ଗୋପସାଗରର ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ, ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ଜିଲ୍ଲାମାନଙ୍କରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି।ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି

ସେହିପରି ଗଞ୍ଜାମ, ପୁରୀ, ଗଜପତି, ଜଗତସିଂହପୁର, ରାୟଗଡା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର, ଦେବଗଡ ଆଦି ୧୦ ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published.