ଆଜିଠୁ ଆଉ ଏକ ଲଘୁଚାପ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଉତ୍ତର-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଓ ସକ୍ରିୟ ମୌସୁମି ବାୟୁ ପ୍ରଭାବରେ ଆସନ୍ତା କାଲି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନିଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାର ପ୍ରଭାବରେ ବୁଧବାର ୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆଜି ୧୨ ଜିଲ୍ଲାରେ ପ୍ରବଳରୁ ପ୍ରବଳତର  ବର୍ଷା ସମ୍ଭାବନା ରହିଛି। । ସେହିପରି ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରବଳରୁ ପ୍ରବଳତର ବର୍ଷା ହେବ ଉପକୂଳ, ଉତ୍ତର ଆଭ୍ୟନ୍ତରୀଣ ଏବଂ ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ । କେତେକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା ଅଛି ।

ଲଗାଣ ବର୍ଷା ପୂର୍ବାନୁମାନ ପରେ ପୁଣି ଥରେ ବନ୍ୟା ଚିନ୍ତା ବଢ଼ିଛି । ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ମହାନଦୀ ଫୁଲିପାରେ । ଅନ୍ୟପକ୍ଷରେ ଉତ୍ତର ଓଡ଼ିଶା ଦେଇ ପ୍ରବାହିତ ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା ଓ ଜଳକା ନଦୀ ଉଛୁଳିବା ସହ ବନ୍ୟା ସ୍ଥିତି ଉପୁଜିବା ଆଶଙ୍କା ରହିଛି । ସମ୍ଭାବ୍ୟ ସ୍ଥିତିକୁ ଦେଖି ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଲଗାଣ ବର୍ଷାକୁ ଲକ୍ଷ୍ୟ ରଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କତା ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର । ପାଣିପାଗ ବିଭାଗ ବିଭାଗ ସତର୍କ କରାଇ ଦେଇଛି, ବୁଧବାର ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ । ଭଦ୍ରକ, କେନ୍ଦୁଝର, ଯାଜପୁର, ବଲାଙ୍ଗିର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡା଼ ଓ ସୋନପୁରର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଅନୁଗୁଳ, ଦେବଗଡ଼, ସମ୍ବଲପୁରର କେତେକ ଜାଗାରେ ଅତି ପ୍ରବଳ ବର୍ଷା ଆଶଙ୍କା ଅଛି । ଲଗାଣ ବର୍ଷାରେ ତଳି ଇଲାକାରେ ପାଣି ପଶିବା ସହ କଚ୍ଚା ଘର କ୍ଷତିଗ୍ରସ୍ତ ହୋଇପାରେ ।

Leave a Reply

Your email address will not be published.