ଆଜିଠାରୁ ୨ ଦିନ ପାଇଁ ରାଜ୍ୟର ୬ ଜିଲ୍ଲାରେ ଘନ କୁହୁଡ଼ି

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠାରୁ ଦୁଇଦିନ ପାଇଁ ରାଜ୍ୟର ୬ଟି ଜିଲ୍ଲାରେ ସକାଳୁ ସକାଳୁ ଘନ କୁହୁଡ଼ି ପଡ଼ିବ। । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହି ସବୁ ଜିଲ୍ଲାରେ ସତର୍କତାମୂଳକ ପଦକ୍ଷେପ ନେବାକୁ ସ୍ବତନ୍ତ୍ର ରିଲିଫ କମିସନର (ଏସ୍‌ଆର୍‌ସି) ସମ୍ପୃକ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି। କୁହୁଡ଼ି ସମୟରେ ଜାତୀୟ ଓ ରାଜ୍ୟ ରାଜପଥଗୁଡ଼ିକରେ ଯେପରି ଗାଡ଼ି ଚଳାଚଳ ନିୟନ୍ତ୍ରଣ ରହିବ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଜାନୁଆରି ୩ ତାରିଖ ସକାଳେ ଅନୁଗୁଳ, କଟକ, ଜଗତସିଂହପୁର, ଭଦ୍ରକ ଏବଂ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ହେବ। ସେହିପରି ୪ ତାରିଖରେ ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କନ୍ଧମାଳ ଜିଲ୍ଲାରେ କୁହୁଡ଼ି ସ୍ଥିତି ଜାରି ରହିବ।

Leave a Reply

Your email address will not be published.